Add parallel Print Page Options

113 ସଦାପ୍ରଭୁଙ୍କର ପ୍ରଶଂସା କର!

ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର।
    ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
ଅଦ୍ୟାବଧି ଚିରକାଳ
    ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ।
ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା’ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ
    ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ।
ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ
    ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ।
    ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ।
ତେଣୁ ପରମେଶ୍ୱର ଆକାଶ ଓ ପୃଥିବୀକୁ
    ଦେଖିବାକୁ ତଳକୁ ଗ୍ଭହିଁଲେ।
ପରମେଶ୍ୱର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି।
    ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି।
    ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ ।
    କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି।

ସଦାପ୍ରଭୁଙ୍କର ପ୍ରଶଂସା କର!