Add parallel Print Page Options

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗାନାର୍ଥକ ଗୀତ।

68 ପରମେଶ୍ୱର ଉଠ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କର।
    ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ଯାଆନ୍ତୁ।
ଯେମିତି ପବନ ଦ୍ୱାରା ଧୂଆଁ ବିଚ୍ଛୁରିତ ହୁଏ,
    ସେହିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ।
ଯେପରି ନିଆଁରେ ମହମ ତରଳି ଯାଏ,
    ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।
ପରମେଶ୍ୱରଙ୍କ ସହିତ ଧାର୍ମିକ ଲୋକମାନେ ଖୁସୀ ହୁଅନ୍ତି
    ଓ ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସେମାନେ ଆନନ୍ଦର ସହିତ ପାଳନ କରନ୍ତି।
ପରମେଶ୍ୱରଙ୍କ ନିମନ୍ତେ ସଙ୍ଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର।
    ପରମେଶ୍ୱରଙ୍କର ପ୍ରଶଂସା ହେଉ।
ଯିଏ ମେଘ ଉପରେ ଆରୋହଣ କରନ୍ତି,
    ତାଙ୍କ ଆଗରେ ଆନନ୍ଦିତ ହୁଅ।
ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ୱର ଅନାଥମାନଙ୍କର ନାଥ
    ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।
ଯିଏ ପରିବାରରେ ଏକାକୀ ଥାଏ, ପରମେଶ୍ୱର ଲୋକ ପଠାନ୍ତି,
    ଏପରିକି ଏକାକୀ ଲୋକଙ୍କୁ ପରମେଶ୍ୱର ଆନନ୍ଦ ଦିଅନ୍ତି ଓ ବନ୍ଦୀମାନଙ୍କୁ ବନ୍ଧନରୁ ମୁକ୍ତ କରନ୍ତି।
    କିନ୍ତୁ ଯିଏ ପରମେଶ୍ୱରଙ୍କର ବିରୋଧ ହୁଏ, ସେମାନଙ୍କୁ ଶୁଷ୍କ ଭୂମିରେ ରହିବାକୁ ପଡ଼େ।

ହେ ପରମେଶ୍ୱର, ତୁମ୍ଭେ ଆପଣା ଭକ୍ତମାନଙ୍କୁ ମିଶରରୁ ବାହାର କରି ଆଣିଲ
    ଏବଂ ପାଦରେ ଚଲାଇ ମରୁଭୂମିକୁ ପାର କରାଇଲ।
ସୀନୟ ପରମେଶ୍ୱରଙ୍କର! ଇସ୍ରାଏଲର ପରମେଶ୍ୱର!
    ତୁମ୍ଭ କାରଣରୁ ପୃଥିବୀ କମ୍ପିତ ହେଲା ଓ ଆକାଶ ମେଘ ବୃଷ୍ଟି କଲା।
ହେ ପରମେଶ୍ୱର! ତୁମ୍ଭେ ବର୍ଷାକୁ ପଠାଇଲ
    ଏବଂ ପୁରୁଣା ଓ ଦୁର୍ବଳ ଧରିତ୍ରୀକୁ ତୁମ୍ଭେ ପୁଣି ସତେଜ କଲ।
10 ତୁମ୍ଭର ଲୋକମାନେ ସେଠାରେ ବାସ କଲେ।
    ହେ ପରମେଶ୍ୱର, ସେଠାରେ ଗରିବ ଲୋକମାନଙ୍କୁ ତୁମ୍ଭେ ଉତ୍ତମ ବସ୍ତୁ ଦେଇଅଛ।
11 ତୁମ୍ଭର ଲୋକମାନେ ଉତ୍ତମ ଖବର
    ଘୋଷଣା କରିବାକୁ ବାହାରି ଗଲେ।
12 “ବଳଶାଳୀ ରାଜାମାନଙ୍କର ସୈନ୍ୟମାନେ ଏଣେତେଣେ ଦୌଡ଼ି ପଳାଇଲେ।
    ଗୃହରେ ଥିବା ସ୍ତ୍ରୀ ଲୋକମାନେ ସୈନ୍ୟମାନଙ୍କର ଅତ୍ୟାଗ୍ଭର ସହିଲେ।
13 ଘରେ ରହୁଥିବା ଲୋକମାନେ ମଧ୍ୟ ଧନ ଭାଗ ପାଇବେ।
    ସେମାନେ ରୌପ୍ୟ ମଣ୍ଡିତ କପୋତର ଡେଣା ପାଇବେ।
    ସେମାନେ ସୁବର୍ଣ୍ଣରେ ଝଲମଲ କରୁଥିବା ଡେଣା ପାଇବେ।”

14 ପରମେଶ୍ୱର ଯେତେବେଳେ ସଲମୋନା ପର୍ବତରେ ଶତ୍ରୁ ରାଜାମାନଙ୍କୁ ଛିନ୍ନଛତ୍ର କଲେ।
    ସେମାନେ ବରଫପାତ ପରି ଛିନ୍ନଛତ୍ର ହେଲେ।
15 ବାଶନ ପର୍ବତ ମହାନ ପର୍ବତ ଅଟେ,
    ଯାହାର ବୃହତ ଶୃଙ୍ଗ ଅଛି।
16 ବାଶନ ପର୍ବତ, ତୁମ୍ଭେ କାହିଁକି ସିୟୋନ ପର୍ବତକୁ ଈର୍ଷା ଦୃଷ୍ଟିରେ ଦେଖୁଛ?
    ପରମେଶ୍ୱର ଏହାକୁ ପ୍ରେମ କରନ୍ତି।
    ପରମେଶ୍ୱର ଏହାକୁ ସେଠାରେ ଚିରଦିନ ରହିବା ପାଇଁ ମନୋନୀତ କରିଛନ୍ତି।
17 ପରମେଶ୍ୱରଙ୍କର ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ ରଥ ଅଛି।
    ସଦାପ୍ରଭୁ ସିୟୋନ ପର୍ବତରୁ ତାଙ୍କର ପବିତ୍ର ସ୍ଥାନକୁ ଆସିଲେ।
18 ସେ ଉଚ୍ଚ ପର୍ବତ ପର୍ଯ୍ୟନ୍ତ ଗଲେ,
    ସେ ବହୁତ ନିର୍ବାସିତମାନଙ୍କୁ ଆଗେଇ ନେଲେ
ଏବଂ ଯଥେଷ୍ଟ ଉପହାରସବୁ ଗ୍ରହଣ କଲେ।
    ସେମାନଙ୍କଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ।
    ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ।
19 ସଦାପ୍ରଭୁଙ୍କର ପ୍ରଶଂସା କର।
    ପରମେଶ୍ୱର ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି,
    ପ୍ରତିଦିନ ଆଶୀର୍ବାଦ ସଂଗ୍ରହ କରି ଦିଅନ୍ତି।

20 ଆମ୍ଭର ପରମେଶ୍ୱର ହେଉଛନ୍ତି ପରମେଶ୍ୱର ଯିଏକି ରକ୍ଷା କରନ୍ତି।
    ଆମ୍ଭମାନଙ୍କର ସଦାପ୍ରଭୁ ମୃତ୍ୟୁଠାରୁ ରକ୍ଷା କରନ୍ତି।
21 ପରମେଶ୍ୱର ତାଙ୍କର ଶତ୍ରୁମାନଙ୍କର ମସ୍ତକକୁ ଚୂର୍ଣ୍ଣ କରିବେ।
    ସେ ସେମାନଙ୍କର ଖପୁରୀକୁ ଚୂର୍ଣ୍ଣ କରିବେ, ଯେଉଁମାନେ କ୍ରମାଗତ ପାପ କରନ୍ତି।
22 ମୋର ପ୍ରଭୁ କହିଲେ, “ମୋର ଶତ୍ରୁଗଣ ହୁଏତ ବାଶନ ପର୍ବତକୁ ଅଥବା ଭୂମଧ୍ୟସାଗରର ଗଭୀରକୁ ପଳାଇ ଯାଇପାରନ୍ତି।
    କିନ୍ତୁ ମୁଁ ସେମାନଙ୍କୁ ଅକ୍ତିଆର କରିବି ଏବଂ ସେମାନଙ୍କୁ ଫେରାଇ ଆଣିବି।
23 ଯାହା ଫଳରେ ତୁମ୍ଭେ ସେମାନଙ୍କ ରକ୍ତରେ ଗ୍ଭଲିପାରିବ।
    ତୁମ୍ଭମାନଙ୍କର କୁକୁରଗୁଡ଼ିକ ସେମାନଙ୍କର ରକ୍ତ ଗ୍ଭଟି ପାରିବେ।”

24 ପରମେଶ୍ୱର, ତୁମ୍ଭେ ବିଜୟ ପଥର ନେତୃତ୍ୱ ନେବାର ଲୋକମାନେ ଦେଖୁଛନ୍ତି।
    ସେମାନେ ମୋର ପରମେଶ୍ୱର, ମୋର ରାଜା, ତାଙ୍କର ପବିତ୍ର ସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।
25 ଆଗେ ଆଗେ ଗାୟକମାନଙ୍କର ମଣ୍ଡଳୀ ଯାଉଛନ୍ତି।
    ପଛେ ପଛେ ବାଦ୍ୟକାରମାନଙ୍କର ମଣ୍ଡଳୀ ଆସୁଛନ୍ତି ଏବଂ ମଝିରେ କୁମାରୀ କନ୍ୟାଗଣ ତମ୍ବୁରା ବଜାଉଛନ୍ତି।
26 ପରମେଶ୍ୱରଙ୍କର ପ୍ରଶଂସା ଜନସମାଗମ ମଧ୍ୟରେ କର।
    ଇସ୍ରାଏଲ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଗୁଣ ଗାଅ।
27 ସେଠାରେ ଏକ ଛୋଟିଆ ଗୋଷ୍ଠୀ ଅଛି।
    ବିନ୍ୟାମୀନ ସେମାନଙ୍କର ନେତୃତ୍ୱ କରୁଛନ୍ତି।
ବହୁତ ଭିଡ଼ ଏବଂ ଯିହୁଦାର ଏକ ପ୍ରଧାନ ସେଠାରେ ଅଛନ୍ତି।
    ସବୁଲୁନ୍ ଓ ନପ୍ତାଲିର ନେତାମାନେ ସେଠାରେ ଅଛନ୍ତି।

28 ହେ ପରମେଶ୍ୱର, ଆମ୍ଭକୁ ଆପଣାର ଶକ୍ତି ଦେଖାଅ,
    ଯାହାର ଉପଭୋଗ ତୁମ୍ଭେ ଆମ୍ଭ ପାଇଁ ବିତିଯାଇଥିବା ଦିନରେ କରିଥିଲ।
29 ହେ ପରମେଶ୍ୱର, ତୁମ୍ଭର ଯିରୁଶାଲମସ୍ଥ ମନ୍ଦିରରୁ
    ରାଜାମାନେ ତୁମ୍ଭ ନିକଟକୁ ଉପହାର ଆଣିବାର ତୁମ୍ଭେ ଦେଖିବ।
30 ନଳବଣର ସେହି “ବନ୍ୟ ପଶୁଗୁଡ଼ିକୁ” [a] ଦଣ୍ଡ ଦିଅ।
    ସେହି ଜାତିଗୁଡ଼ିକର “ଷଣ୍ଢଗୁଡ଼ିକୁ” ଓ “ଗାଈଗୁଡ଼ିକୁ” [b] ଆଦେଶ ମାନିବାକୁ ପ୍ରସ୍ତୁତ କରାଅ।
ତୁମ୍ଭେ ସେହି ଜାତିଗୁଡ଼ିକୁ ଯୁଦ୍ଧରେ ହରାଇଥିଲ।
    ବର୍ତ୍ତମାନ ସେହି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ।
ସେହି ଜାତିମାନଙ୍କୁ ବିକ୍ଷିପ୍ତ କର,
    ଯେଉଁମାନେ ଯୁଦ୍ଧକୁ ଭଲ ପାଆନ୍ତି।
31 ମିଶରୀୟମାନଙ୍କୁ ମୂଲ୍ୟବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ।
    ପରମେଶ୍ୱର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।
32 ହେ ଧରଣୀର ରାଜ୍ୟଗୁଡ଼ିକ, ପରମେଶ୍ୱରଙ୍କ ପାଇଁ ଗୀତ ଗାନ କର।
    ଆମ୍ଭର ପ୍ରଭୁଙ୍କୁ ପ୍ରଶଂସା ଗାନ କର।

33 ପରମେଶ୍ୱରଙ୍କ ପାଇଁ ଗାଅ।
    ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି।
    ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ୱରକୁ ଶୁଣ।
34 ଘୋଷଣା କର ଯେ, ପରମେଶ୍ୱର ଶକ୍ତିଶାଳୀ ଅଟନ୍ତି।
    ସେ ଇସ୍ରାଏଲ ଉପରେ ରାଜତ୍ୱ କରନ୍ତି
    ଏବଂ ଆକାଶରେ ତାଙ୍କର ଶକ୍ତି ପ୍ରଦର୍ଶିତ ହୁଏ।
35 ପରମେଶ୍ୱର, ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ।
    ଇସ୍ରାଏଲର ପରମେଶ୍ୱର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତି।

ପରମେଶ୍ୱରଙ୍କର ପ୍ରଶଂସା ଗୁଣଗାନ କର।

Footnotes

  1. ଗୀତସଂହିତା 68:30 ବନ୍ୟ ପଶୁ ପ୍ରକୃତରେ ଏହିମାନେ “ଅନ୍ୟ ରାଷ୍ଟ୍ରର ନେତାଗଣ।”
  2. ଗୀତସଂହିତା 68:30 ଷଣ୍ଢଗୁଡ଼ିକୁ ଓ ଗାଈଗୁଡ଼ିକୁ ପ୍ରକୃତରେ ଏହିମାନେ “ଅନ୍ୟ ରାଷ୍ଟ୍ରର ନେତାଗଣ।”