Add parallel Print Page Options

ନୂତନ ପଥର ଫଳକ

34 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରଥମ ପ୍ରସ୍ତର ଫଳକ ପରି ଆଉ ଦୁଇଟି ପ୍ରସ୍ତର ଫଳକ ତିଆରି କର। ଆଗ ପ୍ରସ୍ତର ଫଲକରେ ଯାହା ଲେଖା ଥିଲା ଯାହା ତୁମ୍ଭେ ଚୂର୍ଣ୍ଣ କରିଛ ମୁଁ ଏହି ପ୍ରସ୍ତର ଫଳକରେ ତାହା ସବୁ ଲେଖିବି। ଆଉ ତୁମ୍ଭେ ଆସନ୍ତାକାଲି ପ୍ରଭାତ ପାଇଁ ପ୍ରସ୍ତୁତ ହୁଅ ଏବଂ ପ୍ରଭାତରେ ସୀନୟ ପର୍ବତକୁ ଆସ ଏବଂ ମୋ’ ଉପସ୍ଥିତିରେ ପର୍ବତର ଶୀର୍ଷରେ ଛିଡ଼ା ହୁଅ। ତୁମ୍ଭ ସହିତ ଆଉ କୌଣସି ଲୋକ ଯିବା ଉଚିତ୍ ନୁହେଁ। ଏବଂ ଏହି ପର୍ବତରେ କେହି ନ ରହୁ, ଏପରିକି ଗୋମେଷାଦି ମଧ୍ୟ ପର୍ବତ ଚତୁର୍ପାର୍ଶ୍ୱରେ ଚରିବା ଉଚିତ୍ ନୁହେଁ।”

ତହୁଁ ମୋଶା ପ୍ରଥମ ଫଳକ ପରି ଦୁଇଟି ଫଳକ କାଟିଲେ ଏବଂ ତା’ ପରଦିନ ପ୍ରଭାତରୁ ସେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସୀନୟ ପର୍ବତ ଉପରକୁ ଗଲେ ଏବଂ ସେହି ପ୍ରସ୍ତର ଫଳକକୁ ନିଜ ସହିତ ନେଇଗଲେ। ସଦାପ୍ରଭୁ ମେଘରେ ତାଙ୍କ ନିକଟକୁ ଓହ୍ଲାଇ ଆସିଲେ। ସେଠାରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁ ତାଙ୍କର ନାମ ଯିହୋବାଃ ବୋଲି ଘୋଷଣା କଲେ। ସଦାପ୍ରଭୁ ମୋଶାଙ୍କ ସମ୍ମୁଖକୁ ଆସି ଏହା ଘୋଷଣା କଲେ। “ଯିହୋବାଃ, ଯିହୋବାଃ ଦୟାଶୀଳ ପରମେଶ୍ୱର, ସେ କ୍ରୋଧରେ ଧିର। ସେ ଦୟାଳୁ ଓ ସତ୍ୟତାରେ ପରିପୂର୍ଣ୍ଣ। ସଦାପ୍ରଭୁ ତାଙ୍କର ହଜାର ହଜାର ବଂଶଧରଙ୍କୁ ଦୟା ଦେଖାଇଛନ୍ତି। ସଦାପ୍ରଭୁ ସେମାନଙ୍କର ସମସ୍ତ ଦୋଷ କ୍ଷମା କରିଛନ୍ତି। କିନ୍ତୁ ସଦାପ୍ରଭୁ ଦୋଷୀକୁ ଦଣ୍ଡ ଦେଇଛନ୍ତି। ସଦାପ୍ରଭୁ ଦୋଷୀକୁ ତା’ର ସନ୍ତାନମାନଙ୍କୁ ଓ ତାର ନାତି ନାତୁଣୀମାନଙ୍କୁ ଦଣ୍ଡିତ କରିବେ। ଅର୍ଥାତ୍ ଦୋଷୀ ତାର ତୃତୀୟ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଦଣ୍ଡ ଭୋଗ କରନ୍ତି।”

ଏହା ପରେ ମୋଶା ତ‌ତ୍‌କ୍ଷଣାତ୍ ଭୂମିଷ୍ଠ ହୋଇ ସଦାପ୍ରଭୁଙ୍କର ଉପାସନା କରି କହିଲେ, “ହେ ସଦାପ୍ରଭୁ, ଯଦି ତୁମ୍ଭେ ମୋ’ ପ୍ରତି ସଦୟ, ତେବେ ଆମ୍ଭମାନଙ୍କ ସହିତ ଦୟାକରି ଆସ। ମୁଁ ଜାଣେ ଏହି ଲୋକମାନେ ଶକ୍ତଗ୍ରୀବ ଲୋକ। କିନ୍ତୁ ଦୟାକରି ଆମ୍ଭମାନଙ୍କ ପାପ କ୍ଷମା କର! ତୁମ୍ଭର ଲୋକମାନଙ୍କ ପରି ଆମ୍ଭକୁ ଗ୍ରହଣ କର।”

10 ଏହା ପରେ ସଦାପ୍ରଭୁ କହିଲେ, “ମୁଁ ଏହି ନିୟମ ତୁମ୍ଭମାନଙ୍କର ସହିତ କରିଅଛି, ମୁଁ ତୁମ୍ଭମାନଙ୍କ ପ୍ରତି ଏପରି କାର୍ଯ୍ୟ କରିବି ଯେ, ପୃଥିବୀରେ କୌଣସି ଲୋକମାନଙ୍କ ପାଇଁ ଏପରି କରାଯାଇ ନାହିଁ। ତୁମ୍ଭମାନଙ୍କ ସହିତ ଥିବା ଲୋକମାନେ ମୋର ମହାନତା ଜାଣି ପାରିବେ ଯେ, ମୁଁ ସଦାପ୍ରଭୁ ମହାନ। ଲୋକମାନେ ମୋର ଆଶ୍ଚର୍ଯ୍ୟ କର୍ମମାନ ଦେଖିବେ ଯାହା ତୁମ୍ଭମାନଙ୍କ ପାଇଁ ମୁଁ କରିବି। 11 ଏହି ଆଜ୍ଞା ପାଳନ କର। ଯାହା ଆଜି ମୁଁ ତୁମ୍ଭକୁ ଆଜ୍ଞା ଦେଲି ତାହା ଅନୁସରଣ କର ମୁଁ ତୁମ୍ଭର ଶତ୍ରୁମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବି। ମୁଁ କିଣାନୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ବିତାଡ଼ିତ କରିବି। 12 ସାବଧାନ! ତୁମ୍ଭେମାନେ ଯେଉଁ ଦେଶକୁ ଯାଉଛ ସେମାନଙ୍କ ସହିତ କୌଣସି ଚୁକ୍ତି କର ନାହିଁ। ଯଦି ତୁମ୍ଭେମାନେ ସେହି ଲୋକମାନଙ୍କ ସହିତ କୌଣସି ଚୁକ୍ତି କର, ତେବେ ଏହା ତୁମ୍ଭମାନଙ୍କ ପାଇଁ ଅସୁବିଧା ହେବ। 13 ତେଣୁ ସେମାନଙ୍କର ଯଜ୍ଞବେଦି ସବୁ ଧ୍ୱଂସ କର। ସେମାନଙ୍କର ସ୍ତମ୍ଭସବୁ ଭାଙ୍ଗିଦିଅ। ସେମାନଙ୍କର ପବିତ୍ର କାଷ୍ଠ ସ୍ତମ୍ଭସବୁ କାଟି ପକାଇବ। 14 ଅନ୍ୟ କୌଣସି ଦେବତାର ଉପାସନା କର ନାହିଁ, କାରଣ ମୋର ନାମ ଯିହୋବାଃ, ସ୍ୱଗୌରବ ରକ୍ଷଣରେ ଉ‌ଦ୍‌ଯୋଗୀ, ମୁଁ ସ୍ୱଗୌରବ ରକ୍ଷଣରେ ଉ‌ଦ୍‌ଯୋଗୀ ପରମେଶ୍ୱର।

15 “ସାବଧାନ, ତୁମ୍ଭେ ଯେଉଁ ଦେଶରେ ବାସ କରିବ ସେମାନଙ୍କ ସହିତ କୌଣସି ଚୁକ୍ତି କରିବ ନାହିଁ। ଯଦି ତୁମ୍ଭେ ଏପରି କର, ତେବେ ତୁମ୍ଭେମାନେ ସେମାନଙ୍କ ଦେବଗଣମାନଙ୍କର ଅନୁଚର ହେବ। କିମ୍ବା ସେମାନେ ତୁମ୍ଭମାନଙ୍କୁ ନିମନ୍ତ୍ରଣ କଲେ ତୁମ୍ଭେ ସେମାନଙ୍କ ସହିତ ଯୋଗ ଦେବ। ତୁମ୍ଭେ ସେମାନଙ୍କର ବଳିଦାନ ଭକ୍ଷ୍ୟଣ କରିବ। 16 ତୁମ୍ଭେମାନେ ସେମାନଙ୍କର କନ୍ୟାମାନଙ୍କୁ ଗ୍ରହଣ କରିପାର। ତୁମ୍ଭମାନଙ୍କର ପୁତ୍ରମାନଙ୍କ ପାଇଁ, ତାଙ୍କର କନ୍ୟାଗଣ ସେମାନଙ୍କର ଦେବଗଣମାନଙ୍କର ଅନୁଗାମୀ ହୋଇଥିବେ। ସେମାନେ ତୁମ୍ଭମାନଙ୍କୁ ବା ତୁମ୍ଭର ପୁତ୍ରମାନଙ୍କୁ ତାଙ୍କ ଦେବତାମାନଙ୍କର ଅନୁଗାମୀ କରାଇ ପାରନ୍ତି।

17 “ତୁମ୍ଭେମାନେ କୌଣସି ଛାଞ୍ଚରେ ଢଳା ଦେବତା ତୁମ୍ଭମାନଙ୍କ ପାଇଁ କର ନାହିଁ।

18 “ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କର। ପୁଣି ଆବୀବ୍ ମାସର ଯେଉଁ ସମୟରେ ଯେଉଁପରି କରିବାକୁ ତୁମ୍ଭମାନଙ୍କୁ ଆଜ୍ଞା ଦେଇଅଛୁ। ସେହିରୂପେ ତୁମ୍ଭେମାନେ ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଖାଇବ। କାରଣ ସେହି ଆବୀବ୍ ମାସରେ ତୁମ୍ଭେ ମିଶର ଦେଶରୁ ବାହାର ହୋଇ ଆସିଥିଲ।

19 “କୌଣସି ସ୍ତ୍ରୀର ପ୍ରଥମ ସନ୍ତାନ ମୋର। ଏପରିକି ଗୋମେଷାଦି ପଲର ପ୍ରଥମଜାତ ସନ୍ତାନ ମୋର। 20 ଯଦି ତୁମ୍ଭେ ଏକ ପ୍ରଥମଜାତ ଗଧକୁ ରଖିବାକୁ ଗ୍ଭହୁଁଛ, ତେବେ ତୁମ୍ଭେମାନେ ଏକ ମେଷ ବଦଳରେ ତାହା କ୍ରୟ କରି ପାରିବ। କିନ୍ତୁ ଯଦି ତୁମ୍ଭେ ମେଷ ବଦଳରେ ତାହା କ୍ରୟ ନ କର, ତେବେ ତୁମ୍ଭେ ସେହି ଗଧର ବେକ ଭାଙ୍ଗିବ। ତୁମ୍ଭେମାନେ ତୁମ୍ଭର ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ମୁକ୍ତ କରି ପାରିବ। କୌଣସି ବ୍ୟକ୍ତି ବିନା ଉପହାରରେ ମୋ’ ପାଖକୁ ଆସିବ ନାହିଁ।

21 “ତୁମ୍ଭେମାନେ ଛଅ ଦିନ କାମ କରିବ। କିନ୍ତୁ ସପ୍ତମ ଦିନ ତୁମ୍ଭେମାନେ ବିଶ୍ରାମ ନେବ। ତୁମ୍ଭେମାନେ ଏପରିକି ଶସ୍ୟ ବୁଣା ଏବଂ ଶସ୍ୟଅମଳ ସମୟରେ ଏହି ନିୟମ ପାଳନ କରିବ।

22 “ତୁମ୍ଭେମାନେ ସପ୍ତାହର ପର୍ବ ପ୍ରଥମ ଗହମ କଟା ପର୍ବ ଓ ବର୍ଷର ଶେଷ ଭାଗରେ ଶସ୍ୟଅମଳର ପର୍ବ ପାଳନ କରିବା ଉଚିତ୍।

23 “ତିନିଥର ପ୍ରତ୍ୟେକ ବର୍ଷ ତୁମ୍ଭମାନଙ୍କର ସମସ୍ତ ପୁରୁଷ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବ।

24 “ଯେତେବେଳେ ତୁମ୍ଭେ ତୁମ୍ଭର ଦେଶକୁ ଯାଅ ମୁଁ ତୁମ୍ଭର ଶତ୍ରୁମାନଙ୍କୁ ସେଠାରୁ ତଡ଼ି ଦେବି। ମୁଁ ତୁମ୍ଭମାନଙ୍କର ସୀମା ବୃଦ୍ଧି କରିବି। ତୁମ୍ଭେମାନେ ଅଧିକରୁ ଅଧିକ ଭୂମି ପାଇବ। କୌଣସି ଲୋକ ତୁମ୍ଭମାନଙ୍କଠାରୁ ଏହି ଭୂମି ନେଇ ପାରିବ ନାହିଁ। ଯେତେବେଳେ ତୁମ୍ଭେ ବର୍ଷରେ ତିନିଥର ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କୁ ଦର୍ଶନ କରିବା ପାଇଁ ଯିବ।

25 ଯେତେବେଳେ ତୁମ୍ଭେମାନେ ଆମ୍ଭକୁ ବଳିଦାନର ରକ୍ତ ଉତ୍ସର୍ଗ କରିବ ସେ ସମୟରେ ତାଡ଼ିଯୁକ୍ତ ଦ୍ରବ୍ୟ ଆମ୍ଭକୁ ଉତ୍ସର୍ଗ କରିବ ନାହିଁ।

“ଏହି ସମୟରେ ନିସ୍ତାରପର୍ବ ଉତ୍ସବର ବଳି ଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।

26 “ତୁମ୍ଭମାନଙ୍କର ପ୍ରଥମ ଶସ୍ୟ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ସେହିସବୁକୁ ପ୍ରଥମେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ଗୃହକୁ ଆଣିବ।

“କଦାପି ଗୋଟିଏ ମେଷକୁ ତା’ର ମା ଦୁ‌ଗ୍‌ଧରେ ପାକ କରିବ ନାହିଁ।

27 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏ ସମସ୍ତ ଲେଖ ଯାହା ଆମ୍ଭେ ସବୁ କହିଲୁ। ଏହି ଚୁକ୍ତି ଆମ୍ଭେ ତୁମ୍ଭ ସହିତ ଏବଂ ତୁମ୍ଭର ଇସ୍ରାଏଲୀୟ ଲୋକମାନଙ୍କ ସହିତ କଲୁ।

28 ମୋଶା ସେଠାରେ ସଦାପ୍ରଭୁଙ୍କ ସହିତ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ରହିଲେ। ମୋଶା କୌଣସି ଖାଦ୍ୟ କିମ୍ବା ପାନୀୟ ସେଠାରେ ଗ୍ରହଣ କଲେ ନାହିଁ। ଏବଂ ସେ ଚୁକ୍ତିର ବାକ୍ୟସବୁ ସେହି ଦଶଆଜ୍ଞା ପ୍ରସ୍ତର ଫଳକରେ ଖୋଦିତ କଲେ।

ମୋଶାଙ୍କର ଉଜ୍ଜ୍ୱଳ ମୁହଁ

29 ଏହା ପରେ ମୋଶା ସୀନୟ ପର୍ବତ ଉପରୁ ତଳକୁ ଓହ୍ଲାଇଲେ। ସେ ସେହି ଦୁଇଟି ପ୍ରସ୍ତର ଫଳକ ଚୁକ୍ତି ସାଙ୍ଗରେ ନେଇ ଆସିଥିଲେ। ମୋଶାଙ୍କର ମୁଖ ଉଜ୍ଜ୍ୱଳ ଦିଶୁଥିଲା କାରଣ ସେ ସଦାପ୍ରଭୁଙ୍କ ସହିତ କଥୋପକଥନ କରିଥିଲେ, କିନ୍ତୁ ମୋଶାଙ୍କୁ ଏହା ଜଣା ନ ଥିଲା। 30 ହାରୋଣ ଏବଂ ସମସ୍ତ ଇସ୍ରାଏଲୀୟ ଲୋକମାନେ ଦେଖିଲେ ମୋଶାଙ୍କର ମୁଖ ଅତି ଉଜ୍ଜ୍ୱଳ ଦିଶୁଛି। ତେଣୁ ସେମାନେ ତାଙ୍କ ନିକଟକୁ ଯିବାକୁ ଭୟ କଲେ। 31 କିନ୍ତୁ ମୋଶା ସେମାନଙ୍କୁ ନିକଟକୁ ଡାକିଲେ। ତେଣୁ ହାରୋଣ ଏବଂ ସମସ୍ତ ଅଧ୍ୟକ୍ଷଗଣ ମୋଶାଙ୍କ ନିକଟକୁ ଗଲେ। ମୋଶା ସେମାନଙ୍କ ସହିତ କଥୋପକଥନ କଲେ। 32 ଏହା ପରେ ଇସ୍ରାଏଲର ସମସ୍ତ ଲୋକେ ମୋଶାଙ୍କ ନିକଟକୁ ଆସିଲେ। ଏହା ପରେ ମୋଶା ସେମାନଙ୍କୁ ସଦାପ୍ରଭୁଙ୍କର ନିର୍ଦ୍ଦେଶ ଦେଲେ ଯାହା ସୀନୟ ପର୍ବତରେ ସଦାପ୍ରଭୁ ମୋଶାଙ୍କୁ କହିଥିଲେ।

33 ମୋଶା ଲୋକମାନଙ୍କୁ କହିସାରିବା ପରେ ତାଙ୍କର ମୁହଁ ଆବରଣ କରି ଦେଲେ। 34 ଯେତେବେଳେ ମୋଶା ସଦାପ୍ରଭୁଙ୍କ ସହିତ କଥା ହେବାକୁ ଭିତରକୁ ଗଲେ। ସେ ଓଢ଼ଣୀକୁ ହଟାଇଲେ, ତା’ପରେ ସେ ବାହାରି ଆସିଲେ ଏବଂ ସଦାପ୍ରଭୁ ଯାହା ଆଜ୍ଞା ଦେଇଥିଲେ, ତାହା ଇସ୍ରାଏଲର ଲୋକମାନଙ୍କୁ କହିଲେ। 35 ଲୋକମାନେ ଦେଖି ପାରିଲେ ଯେ ମୋଶାଙ୍କର ମୁଖ ଉଜ୍ଜ୍ୱଳ ଦିଶୁଛି। ତେଣୁ ମୋଶା ତାଙ୍କର ମୁହଁରେ ଆବରଣ ଦେଲେ। ମୋଶା ସଦାପ୍ରଭୁଙ୍କ ସହିତ ପୁନରାୟ କଥା ହେବା ପର୍ଯ୍ୟନ୍ତ ତାଙ୍କର ମୁହଁ ଆବରଣ କରି ରଖିଲେ।