Add parallel Print Page Options

ଇସ୍ରାଏଲ ପରମେଶ୍ୱରଙ୍କ ସ୍ୱତନ୍ତ୍ର ବଗିଗ୍ଭ

ବର୍ତ୍ତମାନ ମୋର ପ୍ରିୟତମ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟି ମୋର ପ୍ରିୟତମ ପ୍ରଭୁ ଓ ଇସ୍ରାଏଲର ଦ୍ରାକ୍ଷାକ୍ଷେତ୍ର ବିଷୟରେ ଅଟେ।

ମୋର ପ୍ରିୟତମ ପ୍ରଭୁଙ୍କର ଉର୍ବର
    ପର୍ବତ ଉପରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା।
ମୋର ପ୍ରିୟତମ କ୍ଷେତଟିକୁ ଖୋଳି ପଥର ପରିଷ୍କାର କଲେ।
    ସେଥିରେ ଅତି ଉତ୍ତମ ଦ୍ରାକ୍ଷାଲତା ରୋପଣ କଲେ।
ସେ କ୍ଷେତର ମଧ୍ୟଭାଗରେ ଗୋଟିଏ ସୁନ୍ଦର
    ଏବଂ ଉଚ୍ଚଗୃହ ନିର୍ମାଣ କଲେ ଏବଂ ସେ ଦ୍ରାକ୍ଷାକୁଣ୍ଡ ତିଆରି କଲେ।
ସେ ଭଲ ଅଙ୍ଗୁର ଧରିବା ପାଇଁ ଅପେକ୍ଷା କଲେ,
    କିନ୍ତୁ ଉତ୍ତମ ପରିବର୍ତ୍ତେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।

ତେଣୁ ପରମେଶ୍ୱର କହିଲେ, “ହେ ଯିରୁଶାଲମ ଓ ଯିହୁଦାର ଲୋକମାନେ ମୋର
    ଓ ମୋର ଦ୍ରାକ୍ଷାକ୍ଷେତ ବିଷୟରେ ବିଗ୍ଭର କର।
ମୋର ଏହି ଦ୍ରାକ୍ଷାକ୍ଷେତ ପାଇଁ ମୁଁ ଅଧିକ କ’ଣ କରି ପାରିଥା’ନ୍ତି?
    ଯାହା କରିବା କଥା ମୁଁ ସବୁ କରିଥିଲି।
ମୁଁ ଉତ୍ତମ ଦ୍ରାକ୍ଷାଫଳ ଫଳିବ ବୋଲି ଆଶା କରିଥିଲି,
    ମାତ୍ର ସେଥିରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।
    ଏହା କାହିଁକି ଘଟିଲା?

“ବର୍ତ୍ତମାନ ମୁଁ ମୋର ଦ୍ରାକ୍ଷାକ୍ଷେତ ପାଇଁ କ’ଣ କରିବି
    ତାହା ତୁମ୍ଭମାନଙ୍କୁ କହିବି।
ଏହି କ୍ଷେତକୁ ରକ୍ଷା କରୁଥିବା କଣ୍ଟାବାଡ଼କୁ ମୁଁ କାଢ଼ିନେବି
    ଏବଂ ତାକୁ ପୋଡ଼ି ଦେବି।
ସେହି ପଥର ପ୍ରାଚୀରକୁ ଭାଙ୍ଗିପକାଇବି
    ଏବଂ ସେଗୁଡ଼ିକୁ ପଦଦଳିତ କରିବି।
ମୋର ସେହି ଦ୍ରାକ୍ଷାକ୍ଷେତକୁ ଉଜାଡ଼ି ନେବି।
    କୌଣସି ବ୍ୟକ୍ତି ସେ ଗଛ ଗୁଡ଼ିକର ଯତ୍ନ ନେବ ନାହିଁ
    କିମ୍ବା ସେହି କ୍ଷେତରେ କେହି କୋଡ଼ାକୋଡ଼ି କରିବେ ନାହିଁ।
ସେଠାରେ କଣ୍ଟା ଓ ଅନାବନା ଘାସ ଜନ୍ମିବ।
    ସେହି କ୍ଷେତରେ ବର୍ଷାଜଳ ନ ପଡ଼ିବା ପାଇଁ ମୁଁ ମେଘକୁ ଆଦେଶ ଦେବି।”

ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ।

ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ
    ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା।
ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା।
    ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ।

ତୁମ୍ଭେ ସବୁ ଅତି ନିକଟତର ହୋଇ ବାସ କରିବ। ତୁମ୍ଭେମାନେ ଏପରି ଲଗାଲଗି ଘର କରିବ ଯେ, କୌଣସି ଟିକିଏ ହେଲେ ସ୍ଥାନ ଘର ଘର ମଧ୍ୟରେ ରହିବ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ଡ ଦେବେ ଯେପରିକି ତୁମ୍ଭେମାନେ ଏକାକି ବାସ କରିବ। ସମଗ୍ର ଦେଶରେ ତୁମେମାନେ କେବଳ ଏକମାତ୍ର ଗୋଷ୍ଠୀ ରହିବ। ସର୍ବଶକ୍ତିମାନ ସଦାପ୍ରଭୁ ଏହା ମୋତେ କହିଲେ ଏବଂ ମୁଁ ଏହା ତାଙ୍କଠାରୁ ଶୁଣିଥିଲି, “ବର୍ତ୍ତମାନ ବହୁତ ଘର ଅଛି ମାତ୍ର ମୁଁ ପ୍ରତିଜ୍ଞା କରିଛି ସେ ସମସ୍ତ ଧ୍ୱଂସ ହେବ। ଯେଉଁ ସୁନ୍ଦର ଓ ବୃହତ୍ ଗୃହମାନ ଅଛି ସେ ସବୁ ନିବାସଶୂନ୍ୟ ହେବ। 10 ଦଶ ଏକର ପରିମିତ ଦ୍ରାକ୍ଷାକ୍ଷେତରୁ ମାତ୍ର ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଏବଂ ଦଶ ମହଣ ବୀଜରୁ ମାତ୍ର ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”

11 ତୁମ୍ଭେମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠ, ବିଳମ୍ବ ରାତ୍ରି ପର୍ଯ୍ୟନ୍ତ ଉଜାଗର ରହି ସୁରାରେ ଉନ୍ମତ୍ତ ହୁଅ। 12 ତୁମ୍ଭେମାନେ ଭୋଜିର ଦ୍ରାକ୍ଷାରସ, ବୀଣା, ତବଲା ବଂଶୀ ଏବଂ ଅନ୍ୟାନ୍ୟ ବାଦ୍ୟଯନ୍ତ୍ର ରଖିଥାଅ। ମାତ୍ର ସଦାପ୍ରଭୁଙ୍କର କାର୍ଯ୍ୟ ଲକ୍ଷ୍ୟ କର ନାହିଁ। ସଦାପ୍ରଭୁଙ୍କର ହସ୍ତ ବହୁ ଜିନିଷ ତିଆରି କରିଛି ମାତ୍ର ତୁମ୍ଭେମାନେ ତାହା ଲକ୍ଷ୍ୟ କର ନାହିଁ। ତେଣୁ ଏହା ତୁମ୍ଭମାନଙ୍କ ପାଇଁ ସନ୍ତାପର କାରଣ ହେବ।

13 ସଦାପ୍ରଭୁ କୁହନ୍ତି, “ମୋର ଲୋକମାନେ ନିର୍ବାସିତ ହୁଅନ୍ତି। କାରଣ ସେମାନେ ମୋତେ ଜାଣୁ ନାହାନ୍ତି। ଇସ୍ରାଏଲର କେତେକ ବ୍ୟକ୍ତି ବର୍ତ୍ତମାନ ସମ୍ଭ୍ରାନ୍ତ ବୋଲି ବିବେଚିତ ହୁଅନ୍ତି। ମାତ୍ର, ସେହି ସମ୍ଭ୍ରାନ୍ତ ବ୍ୟକ୍ତିମାନେ ଭୋକିଲା ଥିବେ ଏବଂ ଯେଉଁମାନେ ସାଧାରଣ ଜୀବନରେ ବସବାସ କରନ୍ତି, ଅତ୍ୟନ୍ତ ତୃଷାର୍ତ୍ତ ହେବେ। 14 ତା’ପରେ ସେମାନେ ମୃତ୍ୟୁବରଣ କରିବେ। ସିୟୋନ ମୃତ୍ୟୁର ସ୍ଥାନ ହେବ ଓ ସେ ଅଧିକରୁ ଅଧିକ ଲୋକ ଗିଳି ପକାଇବ। ସେହି ମୃତ୍ୟୁର ସ୍ଥାନ ତା’ର ଅପରିମିତ ମୁଖ ବିସ୍ତାର କରିବ, ମୂଲ୍ୟବାନ ଲୋକ, ସାଧାରଣ ଲୋକ ଏବଂ ଖୁସୀମିଜାସିଆଲୋକ ତା ଦ୍ୱାରା ଜାଲରେ ଧରା ପଡ଼ିବେ।”

15 ସେହି ଲୋକମାନେ ନମ୍ର ହେବେ। ସେହି ମହାନ ଲୋକମାନେ ସେମାନଙ୍କର ମଥାନତ କରିବେ ଓ ଭୂମିକୁ ମୁଖ କରିବେ। 16 ସଦାପ୍ରଭୁ ସର୍ବଶକ୍ତିମାନ ଉତ୍ତମ ବିଗ୍ଭର କରିବେ ଏବଂ ଲୋକମାନେ ସେ ମହାନ ବୋଲି ଜାଣିବେ। ପବିତ୍ର ପରମେଶ୍ୱର ଧାର୍ମିକତା ଆଣିବେ ଓ ଲୋକମାନେ ତାଙ୍କୁ ଭକ୍ତି କରିବେ। 17 ପରମେଶ୍ୱର ଇସ୍ରାଏଲର ଲୋକମାନଙ୍କୁ ତାଙ୍କ ଦେଶରୁ ବିତାଡ଼ିତ କରିବେ ଓ ଦେଶ ଜନଶୂନ୍ୟ ହେବ। ମେଷମାନେ ଇଚ୍ଛାନୁସାରେ ବିଚରଣ କରିବେ। ମେଷଶାବକମାନେ ଧନୀଲୋକଙ୍କର ଜମିରେ ବିଚରଣ କରିବେ।

18 ସେହି ଲୋକମାନଙ୍କୁ ଲକ୍ଷ୍ୟ କର। ଲୋକମାନେ ଶକଟ ରଜ୍ଜୁରେ ଟାଣିଲା ପରି ସେମାନେ ଅସାରତା ରୂପକ ରଜ୍ଜୁରେ ଅପରାଧ ଓ ପାପକୁ ପଛରୁ ଟାଣନ୍ତି। 19 ସେହି ଲୋକମାନେ କୁହନ୍ତି, “ଆମ୍ଭେମାନେ ଇଚ୍ଛା କରୁଛୁ ଯେ ପରମେଶ୍ୱର ତାଙ୍କର ଯୋଜନାମୂଳକ କାର୍ଯ୍ୟ ତ୍ୱରାନ୍ୱିତ କରନ୍ତୁ। ତା’ପରେ ଆମ୍ଭେମାନେ କ’ଣ ଘଟିବ ଜାଣିବୁ। ଆମ୍ଭେମାନେ ଆଶା କରୁ ପରମେଶ୍ୱରଙ୍କ ଇଚ୍ଛା ତୁରନ୍ତ ଘଟୁ। ତାହାହେଲେ ତାଙ୍କର ଇଚ୍ଛା କ’ଣ ଆମ୍ଭେମାନେ ଜାଣି ପାରିବୁ।”

20 ସେହି ଲୋକମାନେ ଭଲକୁ ମନ୍ଦ ଓ ମନ୍ଦକୁ ଭଲ କୁହନ୍ତି। ପୁଣି ସେମାନେ ଅନ୍ଧକାରକୁ ଆଲୋକ ଓ ଆଲୋକକୁ ଅନ୍ଧକାର ଚିନ୍ତା କରନ୍ତି ଓ ମଧୁରକୁ ତିକ୍ତ ଓ ତିକ୍ତକୁ ମଧୁର ମନେ କରନ୍ତି, ସେମାନେ ସନ୍ତାପର ପାତ୍ର। 21 ସେମାନେ ମଧ୍ୟ ନିଜକୁ ଭାବନ୍ତି ଯେ ସେମାନେ ଅତି କର୍ମଠ ଓ ବୁଦ୍ଧିମାନ। 22 ସେମାନେ ଦ୍ରାକ୍ଷାରସ ପାନ କରିବାରେ ପ୍ରସିଦ୍ଧ ଓ ମଦ୍ୟ ମିଶ୍ରିତ କରିବାରେ ଦକ୍ଷ। 23 ଦୋଷୀକୁ କ୍ଷମା କରିବାକୁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଲେ ସେମାନେ ଲାଞ୍ଚ ନେବେ। ମାତ୍ର ସେମାନେ ଉତ୍ତମ ଲୋକଙ୍କୁ ନ୍ୟାୟ ବିଗ୍ଭର ଦିଅନ୍ତି ନାହିଁ। 24 ସେହି ଲୋକମାନଙ୍କ ପାଇଁ ମନ୍ଦଫଳ ଗଚ୍ଛିତ ରହିବ। ସେମାନଙ୍କର ପରବର୍ତ୍ତୀ ବଂଶଧର ସମ୍ପୂର୍ଣ୍ଣ ଭାବରେ ପୋଛି ହୋଇଯିବେ, ଯେପରି ନଡ଼ା ଓ ଶୁଷ୍କପତ୍ର ଅଗ୍ନିରେ ପୋଡ଼ି ଭସ୍ମ ହୋଇଯାଏ। ଯେପରି ବୃକ୍ଷର ମୂଳ ସଢ଼ିଯାଇ ଧୂଳି ହୋଇଯାଏ ଓ ପୁଷ୍ପ ଅଗ୍ନିରେ ଭସ୍ମୀଭୂତ ହୋଇ ତା’ର ପାଉଁଶ ପବନରେ ଉଡ଼ିଯାଏ ସେହିପରି ସେମାନଙ୍କର ବଂଶଧର ଧ୍ୱଂସ ପାଇଯିବେ।

କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କର ଶିକ୍ଷାସମୂହକୁ ଅବଜ୍ଞା କରିଛନ୍ତି ଓ ଇସ୍ରାଏଲର ପବିତ୍ର ପରମେଶ୍ୱରଙ୍କ ବାକ୍ୟକୁ ଅଗ୍ରାହ୍ୟ କରିଛନ୍ତି। 25 ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇଛନ୍ତି। ସେ ତାଙ୍କର ହସ୍ତ ଉତ୍ତୋଳନ କରି ସେମାନଙ୍କୁ ଦଣ୍ଡ ଦେବେ। ଏପରିକି ପର୍ବତଗଣ ଭୟଭୀତ ହେବେ ଓ ମୃତଶରୀର ଗୁଡ଼ିକ ଅଳିଆ ପରି ରାସ୍ତାକଡ଼ରେ ପଡ଼ିରହିବ। ଏପରିକି ପରମେଶ୍ୱରଙ୍କ କ୍ରୋଧ ହ୍ରାସ ପାଇବ ନାହିଁ ଓ ତାଙ୍କ ହସ୍ତ ସେମାନଙ୍କୁ ଦଣ୍ଡ ଦେବେ।

ପରମେଶ୍ୱର ଇସ୍ରାଏଲକୁ ଦଣ୍ଡଦେବାକୁ ସୈନ୍ୟବାହିନୀ ଆଣିବେ

26 ଦେଖ, ପରମେଶ୍ୱର ଦୂରଦେଶୀୟ ଗୋଷ୍ଠୀମାନଙ୍କ ପ୍ରତି ସଙ୍କେତ ଦେଉଛନ୍ତି। ସେ ତାଙ୍କର ଧ୍ୱଜା ଉତ୍ତୋଳନ କରି ସେମାନଙ୍କୁ ଡାକିବାକୁ ସିଟି ବଜାଉଛନ୍ତି।

ଦୂର ଦେଶରୁ ଶତ୍ରୁ ଆସୁଛନ୍ତି। ସେମାନେ ଏତେ ଦ୍ରୁତ ଗତିରେ ଆସୁଛନ୍ତି ଯେ, ଦେଶମଧ୍ୟରେ ଖୁବ୍ ଶୀଘ୍ର ପ୍ରବେଶ କରିବେ। 27 ସେହି ଶତ୍ରୁଗଣ କେବେ ଅବଶ ହେବେ ନାହିଁ କି ସେମାନଙ୍କର ପତନ ହେବ ନାହିଁ। ସେମାନେ କେବେ ଢୁଳାଇବେ ନାହିଁ କି ଶୋଇଯିବେ ନାହିଁ। ସେମାନଙ୍କର କଟିବନ୍ଧନ କେବେ ଫିଟିବ ନାହିଁ କି ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ। 28 ସେହି ଶତ୍ରୁମାନଙ୍କର ଶରଗୁଡ଼ିକ ଅତି ତୀ‌‌‌କ୍ଷ୍‌‌‌ଣ ଏବଂ ଧାରୁଆ ଓ ସେମାନଙ୍କର ଧନୁଗୁଡ଼ିକ ଗୁଣଯୁକ୍ତ। ସେମାନଙ୍କର ଅସ୍ତ୍ରଗୁଡ଼ିକର ଖୁରା ଚକମକି ପଥର ପରି ଶକ୍ତ ଓ ସେମାନଙ୍କର ରଥ ଚକର ଧୂଳିରୁ ବାଦଲ ଆକାଶରେ ସୃଷ୍ଟି ହୁଏ।

29 ସେହି ଶତ୍ରୁଗଣ ସିଂହପରି ଗର୍ଜନ କରୁଛନ୍ତି। ସେହି ଗର୍ଜନ ଯୁବା ସିଂହର ଗର୍ଜନ ସଦୃଶ। ସେମାନେ ଲୋକମାନଙ୍କ ପଛରେ ଅନୁଧାବନ କରନ୍ତି, ଯେପରି ସେମାନେ ସେମାନଙ୍କର ଲୁଣ୍ଠିତ ଦ୍ରବ୍ୟ ପଛରେ ଦୌଡ଼ନ୍ତି। ସେମାନେ ଲୁଣ୍ଠିତ ଦ୍ରବ୍ୟ ନେଇଯାଆନ୍ତି ଏବଂ ସେଠାରେ ତାଙ୍କୁ ସାହାଯ୍ୟ କରିବା ପାଇଁ କେହି ନାହାନ୍ତି। 30 ତେଣୁ “ସିଂହ” ଗର୍ଜନର ରବ, ସମୁଦ୍ର ଗର୍ଜନ ସଦୃଶ ସେମାନେ ଲୋକମାନଙ୍କ ଉପରେ ଗର୍ଜନ କରିବେ। ବନ୍ଦୀମାନେ ଯେତେବେଳେ ଗ୍ଭହିଁବେ ସେତେବେଳେ ସେମାନେ କେବଳ ଅନ୍ଧକାର ଦେଖିବେ। ସମସ୍ତ ଦୀପ୍ତି ଗ୍ଭଲିଯାଇ କେବଳ ଘନ ମେଘମାଳାରେ ଅନ୍ଧକାର ହୋଇଥିବେ।