Add parallel Print Page Options

The Lord Speaks to Ezekiel

ଅନନ୍ତର ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଉଠ, ମୁଁ ତୁମ୍ଭ ସହିତ କଥା ହେବି।”

ତା’ପରେ ଏକ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଠିଆ କରାଇଲା। ତା’ପରେ ସେହି ସ୍ୱର ମୋ’ ସହିତ କଥାବାର୍ତ୍ତା କରିବାକୁ ଆରମ୍ଭ କଲା। ତା’ପରେ ସେ ମୋତେ କହିଲା, “ହେ ମନୁଷ୍ୟ ପୁତ୍ର, ମୁଁ ତୁମ୍ଭକୁ ଇସ୍ରାଏଲର ସନ୍ତାନଗଣଙ୍କ ନିକଟକୁ ପ୍ରେରଣ କରୁଛି। ସେମାନେ ଏକ ବିଦ୍ରୋହୀ ଜାତି। ସେମାନେ ଓ ସେମାନଙ୍କର ପୂର୍ବପୁରୁଷଗଣ ମୋ’ ବିରୁଦ୍ଧରେ ବିଦ୍ରୋହ କଲେ ଓ ଆଜି ପର୍ଯ୍ୟନ୍ତ ପାପ କରି ଗ୍ଭଲିଛନ୍ତି। ସେହି ଲୋକମାନେ ସ୍ୱେଚ୍ଛାଗ୍ଭରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଛି। ସେମାନଙ୍କୁ କୁହ, ‘ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।’ ସେମାନେ ବିଦ୍ରୋହୀ ବଂଶ, ସେମାନେ ତୁମ୍ଭ କଥା ଶୁଣନ୍ତୁ ବା ନ ଶୁଣନ୍ତୁ, ତୁମ୍ଭେମାନେ ଏହିସବୁ କଥା ନିଶ୍ଚୟ କହିବ, ଯାହା ଫଳରେ ସେମାନେ ଜାଣିବେ ଯେ, ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟ‌ଦ୍‌ବକ୍ତା ପହଞ୍ଚିଛନ୍ତି।

“ହେ ମନୁଷ୍ୟ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁର୍ପାର୍ଶ୍ୱରେ କଣ୍ଟକ ତୁଲ୍ୟ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ। କିନ୍ତୁ ସେମାନଙ୍କୁ ଭୟ କର ନାହିଁ। ସେମାନେ ଯାହା କୁହନ୍ତି, ସେଥିରେ ଭୟଭୀତ ହୁଅ ନାହିଁ, ସେମାନଙ୍କ ଗ୍ଭହାଣି ଦ୍ୱାରା ଆତଙ୍କିତ ହୁଅ ନାହିଁ। ସେମାନେ ଶୁଣନ୍ତୁ ବା ନ ଶୁଣନ୍ତୁ ମୁଁ ତୁମ୍ଭଙ୍କୁ ଯାହା କହୁଛି, ସେସବୁକୁ ତୁମ୍ଭେ ସେମାନଙ୍କୁ କୁହ କାରଣ ସେମାନେ ଅତ୍ୟନ୍ତ ବିଦ୍ରୋହୀ।

“ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଅଛୁ ତାହା ଶୁଣ; ତୁମ୍ଭେ ଏହିସବୁ ବିଦ୍ରୋହୀମାନଙ୍କ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ନିଜର ମୁଖ ଖୋଲ, ଆମ୍ଭେ ତୁମ୍ଭକୁ ଯାହା ଦେଉଅଛୁ ତାହା ଭୋଜନ କର।”

ତା’ପରେ ମୁଁ ଦେଖିଲି ଏକ ହସ୍ତ ମୋ’ ଆଡ଼େ ପ୍ରସାରିତ ହେଲା। ସେ ହାତରେ ଲେଖାଥିବା ଏକ ନଳାକାର ପୁସ୍ତକ ଥିଲା। 10 ଆଉ ମୁଁ ସେହି ଗୁଡ଼ା ହୋଇଥିବା ପୁସ୍ତକକୁ ପ୍ରସାରିତ କଲି ଓ ତାହାର ଉପର ଓ ତଳ ଲେଖା ହୋଇଥିବାର ଦେଖିଲି। ଆଉ ସେଥିରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।