Add parallel Print Page Options

17 ବିବାଦଯୁକ୍ତ ଭୋଜିରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଖଣ୍ଡିଏ ଶୁଷ୍କ ଅନ୍ନ ଭଲ।

ଯେଉଁ ଦାସ ବୁଦ୍ଧି ପୂର୍ବକ ଚଳେ ସେ ଲଜ୍ଜାଜନକ ପୁତ୍ର ଉପରେ କର୍ତ୍ତୃତ୍ୱ କରେ। ପୁଣି ଭାଇମାନଙ୍କ ସଙ୍ଗରେ ସମ୍ପତ୍ତି ବାଣ୍ଟ ପାଏ।

ନିଆଁରେ ସୁନା ଓ ରୂପାର ବିଶୁଦ୍ଧତା ପରୀକ୍ଷା କରାଯାଏ। ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।

କୁକ୍ରିୟାକାରୀ ଲୋକ ଦୁଷ୍ଟ କଥା ଶୁଣେ । ପୁଣି ମିଥ୍ୟାବାଦୀ ଅନ୍ୟ ଲୋକର ମିଥ୍ୟାରେ କର୍ଣ୍ଣପାତ କରେ।

ଯେଉଁ ଲୋକ ଦରିଦ୍ରକୁ ଉପହାସ କରେ, ସେ ଆପଣାର ସୃଷ୍ଟିକର୍ତ୍ତାଙ୍କୁ ଅପମାନ କରେ। ପୁଣି ଯେକେହି ଅନ୍ୟ ଲୋକର ବିପଦରେ ଆନନ୍ଦ କରେ, ସେ ଦଣ୍ଡ ପାଇବ।

ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ ସଦୃଶ। ପୁଣି ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।

ଜଣେ ନିର୍ବୋଧ ବେଶୀ କଥା କହିବା ଉଚିତ୍ ନୁହେଁ। ସେହିପରି ଜଣେ ଶାସକ ମିଛଗୁଡ଼ିକ କହିବା ଉଚିତ୍ ନୁହେଁ।

ଗୋଟିଏ ଉତ୍କୋଚ ଗୋଟିଏ ଯାଦୁ ପଥର ପରି, ଏହା ଜଣେ ଦେଇଥିବାର ଆଖିରେ ଅଟେ, ସେ ଯେଉଁ ଦିଗରେ ଘୂରେ, ସେ କୃପାଲାଭ କରେ।

ଯଦି ତୁମ୍ଭେ ଦୋଷୀକୁ କ୍ଷମା କର, ତେବେ ସେ ତୁମ୍ଭର ବନ୍ଧୁ ହେବ। ମାତ୍ର ତା’ର ଦୋଷକୁ ଯେବେ ତୁମ୍ଭେ ମନେ ପକାଇବ, ତେବେ ତୁମ୍ଭର ବନ୍ଧୁତ୍ୱ ନଷ୍ଟ ହେବ।

10 ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନକୁ ପଦେ ଅନୁଯୋଗ ଅଧିକ କାଟେ।

11 ଦୁର୍ଜନ କେବଳ ବିଦ୍ରୋହ ଲୋଡ଼େ, ଏଣୁ ତାକୁ ଶାସ୍ତି ଦେବା ପାଇଁ ଜଣେ କଠୋର ହୃଦୟ ଦୂତକୁ ପଠାଯିବ।

12 ଛୁଆ ହରାଇଥିବା ଭଲ୍ଲୁକୀ ମନୁଷ୍ୟକୁ ପଛେ ଭେଟୁ ମାତ୍ର ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।

13 ଯେଉଁ ଲୋକ ଭଲ ବଦଳରେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।

14 ଗୋଟିଏ ଯୁକ୍ତିର ଆରମ୍ଭ ଗୋଟିଏ ବନ୍ଧରେ ଭାଙ୍ଗି ଗୋଟିଏ ଗାତ କଲାପରି। ତେଣୁ ବିବାଦ ହେବା ପୂର୍ବରୁ ଯୁକ୍ତି ବନ୍ଦ କର। ତେବେ ଅକ୍ତିଆର ବାହାର ହୋଇଯାଏ।

15 ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ଭାବେ ଘୃଣିତ।

16 ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ ଧନ ଥିଲେ ତାହା ମୂଲ୍ୟହୀନ ଅଟେ। କାରଣ ମୂର୍ଖ ଲୋକ ଧନ ବଦଳରେ ଜ୍ଞାନ କ୍ରୟ କରିପାରେ ନାହିଁ।

17 ବନ୍ଧୁ ସର୍ବଦା ପ୍ରେମ କରେ। ଏବଂ ଭାଇ ଦୁର୍ଦ୍ଦଶା ସମୟରେ ସର୍ବଦା ଥାଏ।

18 ନିର୍ବୋଧଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।

19 ଯେ ବିବାଦ ଭଲପାଏ, ସେ ଅପରାଧ ହିଁ ଭଲପାଏ। ପୁଣି ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।

20 ଯାହାର ହୃଦୟ କୁଟିଳ, ସେ ମଙ୍ଗଳ ପାଏ ନାହିଁ। ଯାହାର ବାକ୍ୟ ଖରାପ ସେ ବିପଦରେ ପଡ଼େ।

21 ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ, ଏବଂ ମୂଢ଼ର ପିତା ଆନନ୍ଦ ପାଇବ ନାହିଁ।

22 ଆନନ୍ଦିତ ହୃଦୟ ଉତ୍ତମ ଔଷଧ। ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।

23 ଦୁଷ୍ଟ ଲୋକ ନ୍ୟାୟରୁ ବଞ୍ଚିବାକୁ ଲୁଚେଇ କରି ଉତ୍କୋଚ ନିଏ।

24 ବୁଦ୍ଧିମାନର ସମ୍ମୁଖରେ ଜ୍ଞାନ ଥାଏ। ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ।

25 ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ସେ ଆପଣା ଜନନୀକୁ ଦୁଃଖ ଆଣିବାର କାରଣ ହୁଏ।

26 ଜଣେ ସାଧାରଣ ଲୋକଙ୍କୁ ଶାସ୍ତି ଦେବା କିମ୍ବା କୌଣସି ପଥ ପ୍ରଦର୍ଶକୀକୁ ତାଙ୍କ ସଚ୍ଚୋଟତା ପାଇଁ ଦଣ୍ଡଦେବା ଯଥାର୍ଥ ନୁହେଁ।

27 ଯେ ଅଳ୍ପ କଥା କହେ, ତାହାର ଜ୍ଞାନ ଥାଏ। ଯାହାର ଶାନ୍ତ ଆତ୍ମା ସେ ବୁଦ୍ଧିମାନ।

28 ଅଜ୍ଞାନୀମାନେ ଚୁପ୍ ରହିଲେ ଜ୍ଞାନବାନ ଗଣିତ ହୁଏ। ପୁଣି ସେ ଆପଣା କଥା ବନ୍ଦ କଲେ ବୁଦ୍ଧିମାନ ଗଣିତ ହୁଏ।