Add parallel Print Page Options

ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭର ଅଧିକ ନିକଟବର୍ତ୍ତୀ ହୁଅ ନାହିଁ। ତୁମ୍ଭ ପାଦରୁ ପାଦୁକା କାଢ଼ି ଦିଅ କାରଣ ତୁମ୍ଭେ ଯେଉଁ ଭୂମିରେ ଛିଡ଼ା ହୋଇଛ ତାହା ପବିତ୍ର ଭୂମି ଅଟେ। ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ୱର ଅଟୁ। ଆମ୍ଭେ ଅବ୍ରହାମଙ୍କର ପରମେଶ୍ୱର ଅଟୁ। ଆମ୍ଭେ ଇ‌ସ୍‌ହାକର ପରମେଶ୍ୱର ଅଟୁ ଏବଂ ଆମ୍ଭେ ଯାକୁବର ପରମେଶ୍ୱର ଅଟୁ।”

ମୋଶା ପରମେଶ୍ୱରଙ୍କୁ ଦେଖି ଭୟରେ ତାଙ୍କର ମୁହଁ ଆବୃତ କଲେ।

ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭେ ମିଶରରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଅଛୁ ଏବଂ ମିଶରୀୟବାସୀ ସେମାନଙ୍କୁ ଯନ୍ତ୍ରଣା ଦେବା ସମୟରେ ଆମ୍ଭେ ସେମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ସେମାନଙ୍କର ଯନ୍ତ୍ରଣା ସବୁ ଜାଣିଛୁ। ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁ‌ଗ୍‌ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ। ଆମ୍ଭେ ଇସ୍ରାଏଲ ଲୋକମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ଦେଖିଅଛୁ ମିଶରୀୟମାନେ ସେମାନଙ୍କୁ କିପରି ଦୌରାତ୍ମ୍ୟ କରିଛନ୍ତି ଓ ତାଙ୍କର ଜୀବନ ଦୁର୍ବିସହ କରିଛନ୍ତି। 10 ଏଣୁ ଆମ୍ଭେ ତୁମ୍ଭକୁ ଫାରୋଙ୍କ ନିକଟକୁ ପ୍ରେରଣ କରିବା। ଯାଅ! ଆମ୍ଭର ଲୋକମାନଙ୍କୁ ଆଗେଇ ନିଅ, ଇସ୍ରାଏଲୀୟମାନଙ୍କୁ ମିଶର ମଧ୍ୟରୁ ଆଗେଇ ନେଇଯାଅ!”

Read full chapter